ଆସନ୍ତା ୬ ତାରିଖରେ ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସକାଳ ୧୦ଟା ବ୍ରହ୍ମପୁରରେ ଓ ସାଢ଼େ ୧୨ଟାରେ ନବରଙ୍ଗପୁରରେ ଆୟୋଜିତ ଜନସଭାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏନେଇ ସୂଚନା ଦେଇଛନ୍ତି ବିଜେପି ଉପସଭାପତି ଗୋଲକ ମହାପାତ୍ର। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବ୍ରହ୍ମପୁରରେ ସକାଳ ୧୦ଟା ଓ ନବରଙ୍ଗପୁରରେ ସାଢ଼େ ୧୨ଟାରେ ବିଶାଳ ଜନସଭାରେ ଉଦବୋଧନ ଦେବେ। ମୋଦୀ ବିଜେପି ନେତାଙ୍କ ପାଇଁ ପ୍ରଚାର କରିବାକୁ ଓଡ଼ିଶା ଆସୁଥିବାର କୁହାଯାଉଛି। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡାଙ୍କ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଗସ୍ତକୁ ନେଇ ବିଜେପି କର୍ମୀ ଓ ନେତାଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି।ନିର୍ବାଚନ ଘୋଷଣା ହେବା ପରେ ମୋଦୀଙ୍କର ଓଡ଼ିଶାରେ ଏହା ପ୍ରଥମ କାର୍ଯ୍ୟକ୍ରମ ହୋଇଥିବାରୁ ଏଠାରେ ମୋଦୀ କେଉଁଭଳି ପ୍ରଚାର କରୁଛନ୍ତି ତାହା ଉପରେ ସମସ୍ତଙ୍କ ନଜର ରହିଛି।ସେହିପରି ମେ ୪ ତାରିଖରେ କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍ ଜୟଶଙ୍କର ଓଡିଶା ଆସିବେ । ସେଦିନ ସେ ବିଜେପି କାର୍ଯ୍ୟାଳୟରେ ବରି‌ଷ୍ଠ ନେତୃବୃନ୍ଦଙ୍କ ସହିତ ଆଲୋଚନା ପରେ ସନ୍ଧ୍ୟାରେ ଏକ ଘରୋଇ ହୋଟେଲରେ ବୁଦ୍ଧିଜୀବୀ ସମ୍ମିଳନୀରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

Please follow and like us:
Pin Share

Leave a Reply

Your email address will not be published. Required fields are marked *