ରବିବାର ରାତିରେ ଭୁବନେଶ୍ୱର ପହଞ୍ଚିବା ପରେ ଆଜି ବ୍ରହ୍ମପୁର ସଭାରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।ଜୟ ଜଗନ୍ନାଥରୁ ଭାଷଣ ଆରମ୍ଭ, କରି ‘ମୁଁ ଆପଣଙ୍କ ମୁଖ୍ୟମନ୍ତ୍ରୀଙ୍କ ପରି ନୁହେଁ କହି ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ମୋଦି। ମୁଁ ଆପଣଙ୍କ ମୁଖ୍ୟମନ୍ତ୍ରୀଙ୍କ ଭଳି ନୁହେଁ, ଓଡ଼ିଆରେ ଚିଠି ଲେଖିବି। ଏଭଳି କଟାକ୍ଷ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଜୁନ୍ ୪ରେ ଏଠାରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍ ଲେଖାଯାଇଛି।ଜୁନ୍ ୬ରେ ବିଜେପିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଚୟନ କରାଯିବ। ଜୁନ୍ ୧୦ରେ ବିଜେପି ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ହେବ। ବିଜେପି ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହକୁ ନିମନ୍ତ୍ରଣ ଦେବାକୁ ଆସିଛି।ଓଡ଼ିଶାରେ ବିଜେଡି ଅସ୍ତ ହେଉଛି, କଂଗ୍ରେସ ଅତିତ ହୋଇଛି। ଓଡ଼ିଶାରେ କେବଳ ବିଜେପି ଉଦିତ ସୂର୍ଯ୍ୟ ଭାବେ ଉଭା ହୋଇଛି। ଓଡ଼ିଶା ପାଖରେ ପ୍ରଚୁର ପାଣି, ଉର୍ବର ଜମି, ଜମି ତଳେ ଖଣିଜ ଭଣ୍ଡାର ଅଛି।ଏତେ ଧନୀ ଓଡ଼ିଶାର ଲୋକ କାହିଁକି ଗରିବ ରହିଛନ୍ତି ।ଏଠାକାର ବିଜେଡି ସରକାର ମହିଳାଙ୍କ ହିତକୁ ଗୁରୁତ୍ୱ ଦେଉନାହାନ୍ତି। ବିଜେପି ସରକାର ମହିଳା ସଶକ୍ତୀକରଣ ପାଇଁ ପ୍ରତିବଦ୍ଧ।ସୁଭଦ୍ରା ଯୋଜନା ଓଡ଼ିଶାର ମହିଳାଙ୍କୁ ଆର୍ଥିକ ଭାବେ ସଶକ୍ତ କରିବ। ଓଡ଼ିଶାରେ ୨୫ ଲକ୍ଷ ଲକ୍ଷପତି ଦିଦି ସୃଷ୍ଟି କରିବ ବିଜେପି ସରକାର। ଠିକ୍ ସେହିପରି ୭୦ ବର୍ଷରୁ ଅଧିକ ବୟସ୍କଙ୍କ ଚିକିତ୍ସା ଖର୍ଚ୍ଚ ମାଗଣାରେ ହେବ। ତେଣୁ ଓଡ଼ିଶାରେ ଏଥର ବିଜେପି ସରକାର ହେବା ବହୁତ ଜରୁରୀ। ୧୦ ବର୍ଷରେ ଓଡ଼ିଶାକୁ ସାଢେ ୩ ଲକ୍ଷକୋଟିରୁ ଅଧିକ ଟଙ୍କା ଦେଇଛି କେନ୍ଦ୍ର ସରକାର।ଜଳ ଜୀବନ ମିଶନରେ କେନ୍ଦ୍ର ୧୦ ହଜାର କୋଟି ଦେଇଛି। ଉକ୍ତ ଟଙ୍କାକୁ ଏଠା ସରକାର ଠିକ ଭାବେ ଖର୍ଚ୍ଚ କରିପାରିଲେନି।