ଆଣ୍ଡାମାନ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ, ଓଡ଼ିଶାକୁ ବାତ୍ୟା ଭୟ । ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଚଳିତ ବର୍ଷର ପ୍ରଥମ ବାତ୍ୟା । ଏନେଇ ଆଶଙ୍କା ପ୍ରକାଶ କରିଛନ୍ତି ପାଣିପାଗ ବିଶେଷଜ୍ଞ । ସେପଟେ ଲୋକଙ୍କୁ ଭୟଭିତ ନହେବାକୁ ପରାମର୍ଶ ଦେଇଛନ୍ତି ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି । ୨୨ ତାରିଖ ବେଳକୁ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । ପରେ ଏହା ଉତର ପୂର୍ବ ଦିଗରେ ଗତି କରିବ । ୨୪ ତାରିଖ ବେଳକୁ ଏହା ଘନିଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ଲଘୁଚାପ ସୃଷ୍ଟି ହେବା ପରେ ଏହା ବାତ୍ୟାରେ ପରିଣତ ହେବ କି ନାର୍ହିଁ ତାହା ସ୍ପଷ୍ଟ ହେବ । ସେପଟେ ୨୧ ତାରିଖ ଯାଏ ପଶ୍ଚିମ ଏବଂ ଆଭ୍ୟନ୍ତରିଣ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ନେଇ ସତର୍କ ସୂଚନା ଜାରି କରାଯାଇଛି । ସ୍ୱାଭାବିକଠାରୁ ତାପମାତ୍ରର ୨ରୁ ୪ ଡିଗ୍ରୀ ଅଧିକ ରହିବା ସହ ପ୍ରବଳ ଗୁଳୁଗୁଳି ଅନୁଭୁତ ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସେହିପରି ୨୧ ତାରିଖରେ ରାଜ୍ୟରେ କିଛି ସ୍ଥାନରେ କାଳବୈଶାଖୀ ସହ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି ।ସେହିପରି ଜୁନ ୧୫ ବେଳକୁ ମୌସୁମୀ ଓଡିଶା ଛୁଇଁବାର ସମ୍ଭାବନା ରହିଥିବା ଆକଳନ କରାଯାଇଛି ।

Please follow and like us:
Pin Share

Leave a Reply

Your email address will not be published. Required fields are marked *