ଆସନ୍ତାକାଲି ସକାଳ ସୁଦ୍ଧା ଲଘୁଚାପ ଘନୀଭୂତ ହୋଇ ଆବପାତରେ ପରିଣତ ହେବ । ଉତ୍ତର-ପୂର୍ବ ଦିଗରେ ଗତି କରି ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି । ୨୫ ସକାଳ ସୁଦ୍ଧା ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା। ୨୬ ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟାର ରୂପ ନେଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ବାଂଲାଦେଶ ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ପାଖାପାଖି ପହଞ୍ଚିବ। ଏକ୍ସ ଜରିଆରେ ସୂଚନା ଦେଲେ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ। ଏହାର ପ୍ରଭାବ ଓଡ଼ିଶା ଉପରେ ରହିବନି ପୂର୍ବରୁ କହିଛନ୍ତି IMD ଡିଜି।