ଭୀଷଣ ବାତ୍ୟା ରୂପ ନେଲା ରେମାଲ। ବାତ୍ୟା ରେମାଲ ଆଜି ମଧ୍ୟ ରାତ୍ରିରେ ବାଂଲାଦେଶ-ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଓଡ଼ିଶାରେ ବାତ୍ୟାର ପ୍ରଭାବ ରହିବ ନାହିଁ। ତେବେ ଏହି ଦୁଇଦିନ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏହାରି ପ୍ରଭାବରେ ଆଜି ରାଜ୍ୟରେ ମେଘୁଆ ପାଗ ସହ ଝିପ ଝିପ୍ ବର୍ଷା ହେଉଛି।ଏହାର ପ୍ରଭାବରେ ଓଡ଼ିଶାର ଭଦ୍ରକ, ବାଲେଶ୍ବର, ମୟୁରଭଞ୍ଜରେ ପ୍ରବଳ ବର୍ଷା ସମ୍ଭାବନା ରହୁଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।ରବିବାର ଉତ୍ତର ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବାକୁ ଥିବା ବେଳେ ବାଲେଶ୍ୱର ଏବଂ ଭଦ୍ରକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏଥିସହିତ ଉପକୂଳରେ ପବନର ଗତି ୪୦ ରୁ ୫୦କିମି ବେଗରେ ବୋହିବାର ସମ୍ଭାବନା ରହିଛି ବୋଲି ସେ ସୂଚନା ଦେଇଛନ୍ତି।ଉପକୂଳ ଓଡିଶାରେ ଏହାର ପ୍ରଭାବରେ ରବିବାର କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।