ଜୁନ ୧୦ ତାରିଖ ପୂର୍ବରୁ ଓଡ଼ିଶା ଛୁଇଁବ ମୌସୁମୀ । ଏଥର ସମୟ ପୂର୍ବରୁ ମୌସୁମୀ ପହଞ୍ଚିବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟରେ ମୌସୁମୀ ବାୟୁ ଛୁଇଁବା ନେଇ ସମ୍ଭାବନା ଥିବା ନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି । ଏନେଇ ପାଗ ଅନୁକୁଳ ଥିବା ସେ ସୂଚନା ଦେଇଛନ୍ତି। ମୌସୁମୀ ଛୁଇଁବା ପୂର୍ବରୁ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ୪୮ ଘଣ୍ଟା ମଧ୍ୟରେ ପ୍ରାକ୍ ମୌସୁମୀ ବର୍ଷା ହେବାର ସମ୍ଭାବନା ରହିଛି । ବିଜୁଳି ଘଡ଼ଘଡ଼ି ବର୍ଷା ସହ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ନେଇ ମଧ୍ୟ ଆଶଙ୍କା ରହିଛି । ସେପଟେ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଉପକୂଳରେ ଅସହ୍ୟ ଗୁଳୁଗୁଳି ଅନୁଭୁତ ହେଉଛି ।

Please follow and like us:
Pin Share

Leave a Reply

Your email address will not be published. Required fields are marked *