ଓଡ଼ିଶାର ମୁଖ୍ୟମନ୍ତ୍ରୀ ବାଛିବାକୁ ବିଜେପିର ଦୁଇ ପର୍ଯ୍ୟବେକ୍ଷକ ନିଯୁକ୍ତ। ଦୁଇ କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଓ ଭୂପିନ୍ଦର ଯାଦବଙ୍କୁ ଏହି ଦାୟିତ୍ୱ ଦିଆଯାଇଛି। କିଏ ଓଡ଼ିଶାର ମୁଖ୍ୟମନ୍ତ୍ରୀ ହେବେ ତାହା ଏହି ଦୁଇ ନେତା ନିର୍ଣ୍ଣୟ କରିବେ। ତେବେ ୧୦ ବଦଳରେ ୧୨ ତାରିଖରେ ମୁଖ୍ୟମନ୍ତ୍ରୀ ଶପଥ ନେବେ ବୋଲି ବିଜେପି ଘୋଷଣା କରି ସାରିଛି।