ଭି.କେ ପାଣ୍ଡିଆନଙ୍କ ବାସଭବନ ଆଗରୁ ହଟିଲା ବ୍ୟାରିକେଡ। ଭୁବନେଶ୍ୱର ୟୁନିଟ ୬ ଅଞ୍ଚଳରେ ଥିବା କ୍ୱାର୍ଟର ନଂ ଭିଆଇଆର ୭ର ଆଗରେ କରାଯାଇଥିବା ବ୍ୟାରିକେଡକୁ ଆଜି ହଟାଇ ଦିଆଯାଇଛି।ଏହାସହ ଏକାଧିକ ସୁରକ୍ଷା କର୍ମୀ ମଧ୍ୟ ନିୟୋଜିତ ରହୁଥିଲେ । ହେଲେ ବିଜେଡି ସରକାର ସତ୍ତାରୁ ଯିବା ପରେ ତାଙ୍କ ଘର ଆଗରୁ ଏସବୁ ସୁବିଧାକୁ ହଟାଇନିଆଯାଇଛି ।
କ୍ଷମତାରେ ଥିବାବେଳେ ପାଣ୍ଡିଆନଙ୍କ ବାସଭନବ କଡ଼ା ସୁରକ୍ଷା ବଳୟ ଭିତରେ ଥିଲା। ସୁରକ୍ଷାକର୍ମୀ ରାତିଦିନ ଜଗି ରହୁଥିଲେ। କ୍ୱାର୍ଟରକୁ ଜଗି ରହିଥିବା ସୁରକ୍ଷାକର୍ମୀ ସେହି ରାସ୍ତାରେ ଯାଉଥିବା ଲୋକଙ୍କୁ ଗୋଟିଏ ମିନିଟ୍ ଠିଆ ହେବାକୁ ଅନୁମତି ଦେଉ ନଥିଲେ ମଧ୍ୟ।ପାଣ୍ଡିଆନଙ୍କ ବାସଭବନକୁ ସୁରକ୍ଷା ଦେବା ପାଇଁ ସର୍ବସାଧାରଣ ରାସ୍ତାରେ ବ୍ୟାରିକେଡ ମଧ୍ୟ କରାଯାଇଥିଲା। ଏନେଇ ଅଭିଯୋଗ ଆସିବା ପରେ ଏହି ବ୍ୟାରିକେଡକୁ ଆବଶ୍ୟକ ସ୍ଥଳେ ଖୋଲା ଯାଉଥିଲା ଓ ଏହାକୁ ବନ୍ଦ କରି ଦିଅଯାଉଥିଲା। ବ୍ୟାରକେଡ ପାଖରେ ପୁଲିସ ମଧ୍ୟ ଜଗି ରହୁଥିଲେ। ତେବେ ବିଜେଡି ସରକାର କ୍ଷମତାରୁ ହଟିବା ପରେ ଏବେ ପଣ୍ଡିଆନଙ୍କ ଘର ଆଗରୁ ବ୍ୟାରିକେଡ୍ ହଟାଯାଇଛି। ତାଙ୍କ ବାସଭବନରେ ଆଗରେ ମଧ୍ୟ ଆଉ ପୁଲିସ ଛାଉଣୀ ନାହିଁ।