ଜୁନ ଅଧା ହେଲାଣି ତଥାପି କମୁନି ତାତି। ରାଜ୍ୟରେ ଆଗାମୀ ୫ ଦିନ ଯାଏଁ ଜାରି ରହିବ ଗ୍ରୀଷ୍ମଲହରୀ। ପାଗ ଅନୁକୂଳ ନଥିବାରୁ ଅଗ୍ରସର ହୋଇପାରୁନି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଆହୁରି ୩ରୁ ୪ ଦିନ ପର୍ଯ୍ୟନ୍ତ ମଧ୍ୟ ମୌସୁମୀ ଅଗ୍ରସର ହୋଇ ନ ପାରେ। ଫଳରେ ଆହୁରି ୫ ଦିନ ଯାଏଁ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି। ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ଦିନ ତାପମାତ୍ରା ବଢ଼ିବା ସହ ଅସହ୍ୟ ଗୁଳୁଗୁଳି ଅନୁଭୂତ ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।ଏଥିସହ ରାଜ୍ୟରେ କାଳବୈଶାଖୀର ମଧ୍ୟ ପ୍ରଭାବ ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଗ୍ରୀଷ୍ମ ତାତିକୁ ନଜରରେ ରଖି ୮ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି SRC । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, ବଲାଙ୍ଗିର, ବୌଦ୍ଧ ଓ ନୂଆପଡ଼ା ଜିଲ୍ଲାପାଳଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍‌ କମିଶନର ।

Please follow and like us:
Pin Share

Leave a Reply

Your email address will not be published. Required fields are marked *