ଆସନ୍ତାକାଲି ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହ ପାଇଁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି।ସୁରକ୍ଷା ବ୍ୟବସ୍ଥା ନେଇ ପୁଲିସ କମିଶନର ସଂଜୀବ ପଣ୍ଡାଙ୍କ ସୂଚନା।ସମାରୋହ ପାଇଁ ମୋଟ ୬୭ ପ୍ଲାଟୁନ ଫୋର୍ସ ମୁତୟନ ହେବେ। ତମାମ କାର୍ଯ୍ୟକ୍ରମ ପାଇଁ ଜଣେ ଆଇଜି ଓ ୨ ଡିଆଇଜିଙ୍କୁ ଦାୟିତ୍ୱ ଦିଆଯାଇଛି।ଜନତା ମଇଦାନ ସୁରକ୍ଷା ଦାୟିତ୍ବ ତଦାରଖ କରିବେ ଆଇଜି ପ୍ରବୀଣ କୁମାର। ଆଇଜି ସାର୍ଥକ ଷଡ଼ଙ୍ଗୀ ଏୟାରପୋର୍ଟ, ଉମାଶଙ୍କର ଦାସ ଟ୍ରାଫିକ ବୁଝିବେ। ୧୩ ଡିସିପି, ୧୮ ଏଡିସିପି ରାଙ୍କ ଅଧିକାରୀ ମଧ୍ୟ ଦାୟିତ୍ବରେ ରହିବେ। ୫୮ ଏସିପି, ୯୪ ଇନ୍ସପେକ୍ଟର, ୩୧୨ ଏସ୍ଆଇ/ଏଏସ୍ଆଇ ରହିବେ। ଆସନ୍ତାକାଲି ଦିନ ୨ଟାରୁ ୭ଟା ପର୍ଯ୍ୟନ୍ତ ସଂପୃକ୍ତ ଅଞ୍ଚଳରେ ଟ୍ରାଫିକ କଟକଣା ରହିବ। ଏହାସହ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହ ପାଇଁ ଆସନ୍ତାକାଲି ଦିନ ୨ରୁ ସଂଧ୍ୟା ୭ଟା କିମ୍ବା ଶପଥ ସମାରୋହ ସରିବା ଯାଏଁ ଜୟଦେବ ବିହାରରୁ ନାଲକୋ ଛକ ଏବଂ ସଂଲଗ୍ନ ଗଳି ରାସ୍ତାରେ ଗାଡ଼ି ଚଳାଚଳ ମନା ହୋଇଛି।