ପୁଣି ଏକ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏବେ ପ୍ରତିଦିନ ୨ ଘଣ୍ଟା ପାଇଁ ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ। ଆଜିଠାରୁ ଏହି ଅଭିଯୋଗ ଶୁଣାଣୀ ଆରମ୍ଭ ହେବ।ଭୁବନେଶ୍ବର ସ୍ଥିତ ରାଜ୍ୟ ଅତିଥି ଭବନ କାର୍ଯ୍ୟାଳୟରେ ଅପରାହ୍ନ ୩ଟା ଠାରୁ ୫ଟା ପର୍ଯ୍ୟନ୍ତ ଲୋକଙ୍କ ସମସ୍ୟା ଶୁଣିବେ ଏବଂ ଅଭିଯୋଗ ପତ୍ର ଗ୍ରହଣ କରି ସମସ୍ୟା ସମାଧାନ ପାଇଁ ପଦକ୍ଷେପ ନେବେ। ଦୀର୍ଘବର୍ଷ ହେବ ରାଜ୍ୟରେ ଏଭଳି ଜନ ଶୁଣାଣି କରୁନଥିଲେ ମୁଖ୍ୟମନ୍ତ୍ରୀ। ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବରେ ପରିଚିତ ମୋହନ ଚରଣ ମାଝୀଙ୍କ ଏହି ଘୋଷଣା ଏବେ ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଛି।