ଝାଡ଼ଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା(JMM) ନେତା ହେମନ୍ତ ସୋରେନଙ୍କୁ ହାଇକୋର୍ଟରୁ ମିଳିଲା ଜାମିନ।ଝାଡ଼ଖଣ୍ଡ ହାଇକୋର୍ଟ ଜାମିନ ପ୍ରଦାନ କଲେ। ଜମି ଦୁର୍ନୀତି ମାମଲାରେ ଗିରଫ ହୋଇଥିଲେ ହେମନ୍ତ ସୋରେନ।ଜାନୁଆରୀ ୩୧ରେ ଅର୍ଥ ହେରଫେର ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ତାଙ୍କୁ ଗିରଫ କରିଥିଲା। ପୂର୍ବରୁ ୯ ଥର ସମନ ପଠାଇବା ପରେ ଶେଷରେ ଦିଲ୍ଲୀ ସ୍ଥିତ ତାଙ୍କ ବାସଭବନରୁ ଗିରଫ କରିଥିଲା ଇଡି। ଏହାପୂର୍ବରୁ ସୋରେନ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ଇସ୍ତଫା ଦେବାର କିଛି ସମୟ ମଧ୍ୟରେ ଇଡି ତାଙ୍କୁ ଗିରଫ କରିଥିଲା। ସେବେଠାରୁ ଏହି ମାମଲା ବିଭିନ୍ନ କୋର୍ଟ ସମେତ ସୁପ୍ରିମକୋର୍ଟରେ ପହଞ୍ଚି ଥିବାବେଳେ ଆଜି ହାଇକୋର୍ଟ ତାଙ୍କୁ ଜାମିନ ଦେଇଛନ୍ତି।

Please follow and like us:
Pin Share

Leave a Reply

Your email address will not be published. Required fields are marked *