ସବୁ କଳ୍ପନା ଜଳ୍ପନାର ଅନ୍ତ ହୋଇଛି ମନୋଜ ଆହୁଜା ହେଲେ ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ। ମନୋଜ ଆହୁଜାଙ୍କ ନିଯୁକ୍ତି ନେଇ ସାଧାରଣ ପ୍ରଶାସନ (ଜିଏ) ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୯୯୦ ବ୍ୟାଚ୍‌ର ବରିଷ୍ଠ ଆଇଏଏସ୍‌ ମନୋଜ ଆହୁଜା ନିକଟରେ କେନ୍ଦ୍ରୀୟ ଡେପୁଟେସନରୁ ଓଡ଼ିଶା ଫେରିଥିଲେ। ସେ କେନ୍ଦ୍ର କୃଷି ଓ କୃଷକ ସଶକ୍ତୀକରଣ ସଚିବ ଥିଲେ। ମନୋଜ ଆହୁଜାଙ୍କ ନିଯୁକ୍ତି ସହ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କୁ ସରକାରୀ ଚାକିରିରୁ ଅବସର ଦେଇଛନ୍ତି ସରକାର। କେନ୍ଦ୍ରୀୟ ଡେପୁଟେସନରେ ଥିବା ମନୋଜ ଆହୁଜାଙ୍କୁ ଓଡ଼ିଶା ଫେରାଇବା ପାଇଁ ରାଜ୍ୟର ପ୍ରଥମ ବିଜେପି ସରକାର କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଥିଲେ। କେନ୍ଦ୍ର ସରକାର ଶ୍ରୀ ଆହୁଜାଙ୍କ ଗୃହ କ୍ୟାଡରକୁ ଫେରିଯିବାକୁ ଅନୁମତି ଦେଇଥିଲେ। ଶ୍ରୀ ଆହୁଜା ଓଡ଼ିଶା ଫେରିବା ପରେ ସେ ମୁଖ୍ୟ ଶାସନ ସଚିବ ହେବେ ବୋଲି ଚର୍ଚ୍ଚା ହେଉଥିଲା।

Please follow and like us:
Pin Share

Leave a Reply

Your email address will not be published. Required fields are marked *