ରଥଯାତ୍ରା ପାଇଁ ୨ଦିନ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ପୁରୀ ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ଛୁଟି ନେଇ ଘୋଷଣା କରିଛନ୍ତି।ଫଳରେ ଆସନ୍ତା ୭ ଓ ୮ ତାରିଖରେ ସରକାରୀ କାର୍ଯ୍ୟାଳୟ, ସ୍କୁଲ, କଲେଜ ସବୁ ଛୁଟି ରହିବ । ଚଳିତବର୍ଷ ରଥଯାତ୍ରା ୨ ଦିନ ଚାଲିବାକୁ ଥିବାରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରିବାକୁ ଅଧିକାରୀଙ୍କୁ ନିର୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ।
ରଥ ଯାତ୍ରାର ସମୀକ୍ଷା ବୈଠକରେ ଯୋଗ ଦେବାକୁ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁରୀରେ ପହଞ୍ଚିଥିଲେ। ସେଠାରେ ଟାଉନ୍ ହଲରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସ୍ୱତନ୍ତ୍ର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ତ୍ରୁଟିଶୂନ୍ୟ ଭାବେ ରଥଯାତ୍ରା ସଂପନ୍ନ ପାଇଁ ସମସ୍ତ ସହଯୋଗ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ମହାପ୍ରଭୁଙ୍କ ସେବାକୁ ଜୀବନର ବ୍ରତ ଭାବେ ପାଳନ କରିବାକୁ ସରକାରୀ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପମୁଖ୍ୟମନ୍ତ୍ରୀ, ବିଭିନ୍ନ ବିଭାଗର ମନ୍ତ୍ରୀ, ଜିଲ୍ଲାର ସମସ୍ତ ବିଧାୟକ, ମୁଖ୍ୟ ଶାସନ ସଚିବ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ଏସପି, ସେବାୟତ ସମେତ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷ ସମୀକ୍ଷା ବୈଠକରେ ଉପସ୍ଥିତ ଥିଲେ।