ଜ୍ୱରରୁ ସମ୍ପୂର୍ଣ୍ଣ ସୁସ୍ଥ ହେଲେ ଶ୍ରୀଜୀଉ। ଆଜି ଅନୁଷ୍ଠିତ ହେଲା ରାଜପ୍ରାସାଦ ବିଜେ ନୀତି। ମହାପ୍ରଭୁଙ୍କ ସୁସ୍ଥ ଖବର ନେଇ ରାଜପ୍ରାସାଦରେ ପହଞ୍ଚିଲେ ସେବାୟତ। ଶ୍ରୀଜୀଉଙ୍କ ସୁସ୍ଥ ଖବର ନେଇ ମହାରାଜାଙ୍କୁ ସେବାୟତ ଜଣାଇଛନ୍ତି। ଗୁପ୍ତ ଉପଚାର ପରେ ଜ୍ୱରରେ ପୀଡିତ ଶ୍ରୀଜୀଉ ଏବେ ସମ୍ପୂର୍ଣ୍ଣ ସୁସ୍ଥ ହୋଇଛନ୍ତି।ସୂଚନା ଯୋଗ୍ୟ, ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗରା ଜଳରେ ସ୍ନାନ କରି ଅସୁସ୍ଥ ହୋଇଥିଲେ ଚତୁର୍ଦ୍ଧାମୂର୍ତ୍ତି। ଅଣସର ଘରେ ଗୁପ୍ତ ଉପଚାର ପରେ ଜ୍ୱରରେ ପୀଡିତ ଶ୍ରୀଜୀଉ ସୁସ୍ଥ ହୋଇଛନ୍ତି। ଦଇତାପତି ସେବକମାନେ ଏକ ରୂପା ଥାଳିରେ କରାଳ ଚନ୍ଦନ, ଚନ୍ଦନ ଓ ପାଟ ଡୋର ଧରି ରାଜପ୍ରସାଦକୁ ଯାଇ ସେଠାରେ ଗଜପତି ମହାରାଜା ଦିବ୍ୟ ସିଂହ ଦେବଙ୍କୁ ପ୍ରସାଦ ସେବନ ପରେ ଦଇତାପତି ସେବକମାନେ ମହାପ୍ରଭୁଙ୍କ ସୁସ୍ଥତା ସମ୍ପର୍କରେ ସୂଚନା ଦେଇଛନ୍ତି। ଆସନ୍ତା ୭ ତାରିଖରେ ମହାପ୍ରଭୁଙ୍କର ବିଶ୍ଵ ପ୍ରସିଦ୍ଧ ଘୋଷଯାତ୍ରା ଅନୁଷ୍ଠିତ ହେବ। ଏଥି ପାଇଁ ପ୍ରସ୍ତୁତି ଜୋରଦାର ଚାଲିଛି।

Please follow and like us:
Pin Share

Leave a Reply

Your email address will not be published. Required fields are marked *