ଜୁଲାଇ ୭ରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଓଡ଼ିଶା ସହ ଆନ୍ଧ୍ରପ୍ରଦେଶରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ ।ତେବେ ଜୁଲାଇ ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ନିଅଣ୍ଟିଆ ବର୍ଷା ହେବ। ଆସନ୍ତା ସପ୍ତାହରେ ରାଜ୍ୟର ଅଧିକାଂଶ ସ୍ଥାନରେ ମୋଟ ବର୍ଷା ୫୦ରୁ ୬୦ମିମି ରହିବ । ଜୁଲାଇ ପ୍ରଥମମାର୍ଦ୍ଧରେ ରାଜ୍ୟରେ ବର୍ଷା ପରିମାଣ ୨୫% ନିଅଣ୍ଟିଆ ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।ଜୁଲାଇ ପ୍ରଥମ ଓ ଦ୍ୱିତୀୟ ସପ୍ତାହରେ ନିଅଣ୍ଟିଆ ବର୍ଷା ସତ୍ତ୍ବେ ଚାଷ କାମରେ କୌଣସି ସମସ୍ୟା ହେବନି କାରଣ ମଝିରେ ମଝିରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ କହିଛି। ଏହାପରେ ସ୍ବଭାବିକ ବର୍ଷା ହେବ।