ମହାପ୍ରଭୁ ଶ୍ରୀଜଗନ୍ନାଥ ମନ୍ଦିରର ରତ୍ନଭଣ୍ଡାର ଖୋଲିବାକୁ ନେଇ ଚର୍ଚ୍ଚା ଲାଗି ରହିଥିବାବେଳେ ରାଜ୍ୟ ସରକାର ପୁରୁଣା କମିଟିକୁ ଭାଙ୍ଗି ଦେଇଛନ୍ତି । ପୁରୁଣା କମିଟିକୁ ଭଙ୍ଗ କରି ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ୧୬ଜଣିଆ କମିଟି ଗଠନ କରିଛନ୍ତି ରାଜ୍ୟର ସରକାର।ଆଇନ ବିଭାଗ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତି ଅନୁସାରେ, ପୁରୀ ଶ୍ରୀଜଗନ୍ନାଥ ମନ୍ଦିରର ରତ୍ନଭଣ୍ଡାରର ଅଳଙ୍କାର ଗଣନାର ତଦାରଖ ପାଇଁ ୨୦୨୪ ମାର୍ଚ୍ଚ ୨ତାରିଖରେ ଗଠିତ ହୋଇଥିଲା ଏହି ଉଚ୍ଚସ୍ତରୀୟ କମିଟିକୁ । ଏହି କମିଟି ପରିବର୍ତ୍ତେ ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ ପାଇଁ ନିଷ୍ପତ୍ତି ନିଆଯାଇଛି ।

ଏହି କମିଟି ଶ୍ରୀମନ୍ଦିର ପରିଚାଳନା କମିଟି ଦ୍ୱାରା ହେବାକୁ ଥିବା ରତ୍ନଭଣ୍ଡାରର ଗଣନା ଆଦିର ତଦାରଖ କରିବ ।ନୂଆ କମିଟିରେ ସଦସ୍ୟ ଭାବେ ଡାକ୍ତର ସିବିକେ ମହାନ୍ତି, ଚାଟାର୍ଡ ଆକାଉଣ୍ଟାଣ୍ଟ ରାଜୀବ ସାହୁ, ଅବସରପ୍ରାପ୍ତ ଆଇଏଏସ୍ ଜଗଦୀଶ ମହାନ୍ତି, ଅବସରପ୍ରାପ୍ତ ଆଇପିଏସ୍ ପ୍ରକାଶ ମିଶ୍ର, ସ୍ୱାମୀ ପ୍ରଜ୍ଞାନନ୍ଦ ଜୀ, ହରିହର ହୋତା, ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ, ଗଜପତି ମହାରାଜାଙ୍କ ପ୍ରତିନିଧି, ପ୍ରତ୍ନତତ୍ତ୍ୱ ବିଭାଗର ପ୍ରତିନିଧି, ମଧୁସୂଦନ ସିଂଘାରୀ, ଜନାର୍ଦ୍ଦନ ପାଟ୍ଟଯୋଶୀ ମହାପାତ୍ର, ଜଗନ୍ନାଥଦାସ ମହାପାତ୍ର, ସୌମେନ୍ଦ୍ର ମୁଦୁଲି, ପୁରୀ ଜିଲ୍ଲାପାଳ ଓ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକଙ୍କୁ ସାମିଲ କରାଯାଇଛି । ତେବେ ଖୁବଶୀଘ୍ର ରତ୍ନଭଣ୍ଡାର ଖୋଲାଯିବ ବୋଲି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।ଜୁଲାଇ ୬ରେ ବସିବ ନୂଆ କମିଟି ବୈଠକ। ‘ବୈଠକରେ ରତ୍ନଭଣ୍ଡାର ନେଇ ନିଆଯିବ ନିଷ୍ପତ୍ତି’। ‘ରତ୍ନଭଣ୍ଡାର କେବେ ଖୋଲିବ କମିଟି ନିଷ୍ପତ୍ତି ନେବ ବୋଲି ଆଇନ ମନ୍ତ୍ରୀ କହିଛନ୍ତି।

Please follow and like us:
Pin Share

Leave a Reply

Your email address will not be published. Required fields are marked *