ବଢିଲା ବିଜେଡି ସଂଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସ (ବବି)ଙ୍କ ଅଡ଼ୁଆ। ଆଜି ତାଙ୍କ ନାଁରେ ଭୁବନେଶ୍ୱରର କ୍ୟାପିଟାଲ ଥାନାରେ ଏତଲା ଦିଆଯାଇଛି। ପ୍ରଣବ ପ୍ରକାଶ ଦାସ ଅନୁମତି ନନେଇ ସରକାରୀ ବାସଭବନରେ ନିର୍ମାଣ କାର୍ଯ୍ୟ କରିଥିବା ଅଭିଯୋଗ କରି ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ଆଇନଜୀବୀ ସତ୍ୟ ଶିବସୁନ୍ଦର ମହାନ୍ତି। ସ୍ୱତନ୍ତ୍ର କମିଟି ଗଢ଼ି ଏହାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ଅଭିଯୋଗପତ୍ରରେ ସେ ଦାବି କରିଛନ୍ତି। ବବି ବିଧାୟକ ଥିବା ବେଳେ ତାଙ୍କୁ ମିଳିଥିବା ଭିଆଇଆଇଆଇ-ଏମଆର-୧ କ୍ୱାର୍ଟର୍ସର ଦୁଇ ପାର୍ଶ୍ୱରେ ଥିବା ୨ଟି ସରକାରୀ କ୍ୱାର୍ଟର୍ସ ଯଥା-ଭିଆଇଆଇଏମଆର-୨ ଏବଂ ଭିଆଇଆଇଆର-୧ର ପ୍ରାୟ ୪୦ ପ୍ରତିଶତ ପରିମିତ ଜାଗାକୁ ଆଣି ନିଜ କ୍ୱାର୍ଟର୍ସ ସହ ମିଶାଇ ବିଶାଳ ପାଚେରୀ ନିର୍ମାଣ କରିଥିଲେ । ଏହାସହିତ ପ୍ରାୟ ୨ରୁ ୩କୋଟି ଟଙ୍କା ଖର୍ଚ୍ଚ କରି ଅଢ଼େଇ ହଜାର ବର୍ଗଫୁଟ ଅଂଚଳରେ ମୂଲ୍ୟବାନ କାଠ, ଷ୍ଟିଲ ଫେମ୍ ର ଏକ୍ସଟେନସନ୍ ନିର୍ମାଣ କରିଥିଲେ ।

ସରକାରୀ ବାସଭବନ ଭିତରେ ଅଣ୍ଡର ଗ୍ରାଉଣ୍ଡ୍ ଘର, ସୁଇମିଂ ପୁଲ୍, ରୁଫ୍ ଟପ୍ କଟେଜ୍ ମଧ୍ୟ ଥିଲା। ସେହି କୋଠାରେ ବିଦେଶରୁ ଆସିଥିବା ସୋଫା, ବେଡ୍‌, ମୂଲ୍ୟବାନ ଲାଇଟ୍ ଓ ଅନ୍ୟାନ୍ୟ ବିଳାସମୟ ସାମଗ୍ରୀ ରହିଥିଲା । ତେବେ ବିଜେଡି କ୍ଷମତାରୁ ଯିବାପରେ ବବି ସେହି ଘରକୁ ତରବରିଆ ଭାବେ ଭାଙ୍ଗି ଘଟଣାକୁ ନେଇ ବିଭିନ୍ନ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ରାଜ୍ୟ ରାଜନୀତିରେ ହଇଚଇ ସୃଷ୍ଟି କରିଥିଲା ଘଟଣା। ତେବେ ବବିଙ୍କ ନାଁରେ ମାମଲା ରୁଜୁ ହେବା ପରେ ଅଡ଼ୁଆ ବଢିବ ବୋଲି କୁହାଯାଉଛି।

Please follow and like us:
Pin Share

Leave a Reply

Your email address will not be published. Required fields are marked *