ସରିଲା ଜନ୍ମବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ରହଣି। ଗୁଣ୍ଡିଚା ମନ୍ଦିରରୁ ମେଲାଣି ନେବେ ମହାବାହୁ। ଆଜି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା। ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ଶ୍ରୀମନ୍ଦିର ବାହୁଡ଼ିବେ ମହାବାହୁ। ଏଥିପାଇଁ ନୀତି ନିର୍ଘଣ୍ଟ ଧାର୍ଯ୍ୟ ହୋଇଛି।ପରମ୍ପରା ଅନୁସାରେ ଗୁଣ୍ଡିଚା ମନ୍ଦିରରେ ସମସ୍ତ ନୀତିକାନ୍ତି ପରେ ଦିନ ୧୨ଟାରେ ପହଣ୍ଡି ଆରମ୍ଭ ହେବ। ଅପରାହ୍ନ ୪ଟାରେ ରଥଟଣା ଆରମ୍ଭ ହେବ।
ରଥଟଣା ସରିବା ପରେ ରଥ ଉପରେ ଶ୍ରୀଜିଉଙ୍କ ଅନ୍ୟାନ୍ୟ ନୀତିକାନ୍ତି ସମ୍ପନ୍ନ ହେବ। ବାହୁଡ଼ା ନୀତିକାନ୍ତିକୁ ଶୃଙ୍ଖଳିତ ଭାବେ ସମାପନ କରିବାକୁ ସମସ୍ତ ବ୍ୟବସ୍ଥା କରାଯାଇଛି। ଅନ୍ୟପକ୍ଷରେ ବାହୁଡ଼ା ଯାତ୍ରାରେ ପୁରୀକୁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବାକୁ ଥିବାରୁ ଭକ୍ତଙ୍କ ସୁରକ୍ଷା ଓ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି।