ଗୁଣ୍ଡିଚା ପରି ବହୁଡ଼ା ଯାତ୍ରାରେ ବି ଭିଜିବେ ଭକ୍ତ ଓ ଭଗବାନ। ଆଜି ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାରେ କାଚିବ ବର୍ଷା। ଗାଙ୍ଗେୟ ପଶ୍ଚିମବଙ୍ଗ, ପାର୍ଶ୍ୱବର୍ତ୍ତୀ ଝାଡ଼ଖଣ୍ଡ ଏବଂ ଓଡ଼ିଶାରେ ଆଜି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଜି ଓଡ଼ିଶାରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। କେବଳ ଆଜି ନୁହେଁ ଆସନ୍ତା ୪ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ବିଶେଷ କରି ଦକ୍ଷିଣ ଓଡ଼ିଶାରେ ତୁହାକୁ ତୁହା ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ରାଜଧାନୀ ସମେତ କେତେକ ସ୍ଥାନରେ ବର୍ଷା ବି ଆରମ୍ଭ ହୋଇଛି ମଧ୍ୟ। ଅନ୍ୟପଟେ ଏହି ସପ୍ତାହରେ ବଙ୍ଗୋପସାଗରରେ ଦୁଇଟି ଲଘୁଚାପ ସୃଷ୍ଟି ହେଉଥିବାରୁ ଏହାର ପ୍ରଭାବରେ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେବେ କେବଳ ବାହୁଡା଼ ନୁହେଁ, ସୁନାବେଶ ନିଳାଦ୍ରୀ ବିଜେରେ ମଧ୍ୟ ବଡ ଦାଣ୍ଡରେ ଭକ୍ତ ଓ ଭଗବାନ ଭିଜିବେ ବୋଲି କୁହାଯାଉଛି।

Please follow and like us:
Pin Share

Leave a Reply

Your email address will not be published. Required fields are marked *