ଓଡ଼ିଶାକୁ ମାଡି ଆସୁଛି ଆଉ ଏକ ବଡ ବର୍ଷା। ୧୯ ରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ। ଲଘୁଚାପ ହେତୁ ବିଭିନ୍ନ ଜିଲ୍ଲାରେ ବର୍ଷାର ପରିମାଣ ବଢିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହାରି ପ୍ରଭାବରେ ଚଳିତ ସପ୍ତାହରେ ପ୍ରବଳ ବର୍ଷା ବୋଲି ପୂର୍ବାନୁମାନ କରାଯାଇଛି। ଏନେଇ ଆଜି ୬ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ। ତେବେ ଗଞ୍ଜାମ, ଗଜପତି, ରାୟଗଡା, କନ୍ଧମାଳ, କୋରାପୁଟ, କଳାହାଣ୍ଡି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଅନ୍ୟପଟେ ସକ୍ରିୟ ମୌସୁମୀ ସତ୍ୱେ ରାଜ୍ୟରେ ଏଯାଏଁ ୨୬ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି ବୋଲି ଜଣା ପଡିଛି। ମାଲକାନଗିରିରେ ସର୍ବାଧିକ ବର୍ଷା ହୋଇଥିବା ବେଳେ ୧୧ ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଛି।ମୟୁରଭଞ୍ଜରେ ସବୁଠୁ କମ ବର୍ଷା ହୋଇଥିବାବେଳେ ୧୭ ଜିଲ୍ଲାରେ ନିଅଣ୍ଟିଆ ବୃଷ୍ଟିପାତ ରେକର୍ଡ କରିଛି।