ବଙ୍ଗୋପସାଗରରେ ଦୁଇଟି ଲଘୁଚାପ ସୃଷ୍ଟି ହେବା ପରେ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସ୍ୱତନ୍ତ୍ର ରିଲିଫ କମିଶନର। ଲଘୁଚାପ ଦ୍ଵାରା ପ୍ରଭାବିତ ହେବାକୁ ଥିବା ୧୪ ଜିଲାର ଜିଲାପାଳଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର। ଲଘୁଚାପ ପ୍ରଭାବରେ ଉତ୍ତର ବଙ୍ଗୋପସାଗରରେ ଅବସ୍ଥିତ ବଙ୍ଗୋପସାଗରର ଗଭୀର ସମୁଦ୍ର ଅଞ୍ଚଳରେ ୪୦ ରୁ ୫୦ କିଲୋମିଟର ପର୍ଯ୍ୟନ୍ତ ପବନ ବହିବାର ସମ୍ଭାବନା ରହିଛି।ଏହାକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀମାନଙ୍କୁ ଗଭୀର ସମୁଦ୍ର ଅଞ୍ଚଳକୁ ୩ ଦିନ ପର୍ଯ୍ୟନ୍ତ ନଯିବାକୁ ପରାମର୍ଶ ଦିଆଯାଇଛି ।

ସେହିପରି ସମୁଦ୍ରରେ ଥିବା ମତ୍ସ୍ୟଜୀବୀମାନଙ୍କୁ ଉପକୂଳ ଫେରିବାକୁ ପରାମର୍ଶ ଦିଆଯାଇଛି। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଜପତି, କଳାହାଣ୍ଡି, କନ୍ଧମାଳ, ନୁଆପଡା, ଗଞ୍ଜାମ, ଖୋର୍ଦ୍ଧା, ନୟାଗଡ଼, ପୁରୀ, ବୌଦ୍ଧ ଏବଂ ସୋନପୁର ଜିଲ୍ଲା ଲଘୁଚାପ ପ୍ରଭାବରେ ଅଧିକ ପ୍ରଭାବିତ ହେବ ବୋଲି ଜଣା ପଡିଛି। ଲଗାତାର ଦୁଇଟି ଲଘୁଚାପ ସୃଷ୍ଟି ହେବା ଫଳରେ ଓଡ଼ିଶାର ଅନେକ ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି।ଏପରି ଅତି ପ୍ରବଳ ବର୍ଷା ହେଲେ ଫ୍ଲସ୍ ଫ୍ଲଡ/ ବନ୍ୟା ପରିସ୍ଥିତି ହୋଇପାରେ। ପାହାଡ ଅଞ୍ଚଳରେ ଭୂସ୍ଖଳନ ହେବାର ସମ୍ଭାବନା ସହିତ ଯେକୌଣସି ଘଟଣାର ସାମ୍ନା କରିବାକୁ ପ୍ରସ୍ତୁତ ରହିବାକୁ କ୍ଷେତ୍ର ସ୍ତରର ଅଧିକାରୀମାନଙ୍କୁ ପରାମର୍ଶ ଦିଆଯାଇଛି।

Please follow and like us:
Pin Share

Leave a Reply

Your email address will not be published. Required fields are marked *